7th March 2026
ନୂତନ ନ୍ୟାୟ ସହିତ ଉଦ୍ଘାଟନ ତଥା ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ
ମାନ୍ୟବର କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡ୍ର 30 ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦ୍ଘାଟିତ । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଲକ ଚଣ୍ଡେଶ୍ୱରଠାରେ ଉଦଘାଟିତ ହେଲା ଏହି ନୂଆ ଦୁଗ୍ଧ କାରଖାନା ।
ଓମ୍ଫେଡ୍ର ଚାଷୀଙ୍କୁ ସବସିଡି ଅର୍ଥ ଓ ଅନ୍ତର୍ଭୁକ୍ତି ପ୍ରମାଣପତ୍ର ପ୍ରଦାନ କଲେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ଉଭୟ ଉପମୁଖ୍ୟମନ୍ତ୍ରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ମତ୍ସ୍ୟ ଓ ପ୍ରାଣିସଂପଦ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ସମବାୟ ଓ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀଙ୍କ ସହ ବହୁ ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।