ବିଶ୍ବ ଦୁଗ୍ଧ ଦିବସ – ୨୦୨୬
କଟକ ଜିଲ୍ଲା ଅରିଲୋସ୍ଥିତ ଓମଫେଡ୍ ପ୍ଲାଣ୍ଡଠାରେ। ୟାଜିତ ହୋଇଯାଇଛି ବିଶ୍ବ ଦୁଗ୍ଧ ଦିବସ -୨୦୨୬। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଅଧ୍ଯକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଅବସରରେ ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି, ଗୋପାଳକଙ୍କ ଆର୍ଥିକ ସଶକ୍ତିକରଣ ଏବଂ ରାଜ୍ୟର ଗୋପାଳନ କ୍ଷେତ୍ରର ଦ୍ରୁତ ବିକାଶ ଉପରେ ଗୁରୁତ୍ବ ଦିଆଯାଇଥିଲା । ଏଠାରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅଧୀନରେ ହିତାଧିକାରୀମାନଙ୍କୁ ପ୍ରକଳ୍ପ ଅନୁମୋଦନପତ୍ର ଏବଂ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ, ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀ ପ୍ରେମ ଚନ୍ଦ୍ର ଚୌଧରୀ, ଓମଫେଡର ସଭାପତି ଶ୍ରୀ କିଶୋର ଚନ୍ଦ୍ର ପ୍ରଧାନୀ, ରାଜ୍ୟ ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ଓ କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଉପସ୍ଥିତ